ବ୍ୟୁରୋ: ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ପୋଲିସ ଗିରଫ କରିଛି । ଗତକାଲି ଭୋଟ ଗ୍ରହଣ ସମୟରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଶିବ ଶଙ୍କର ଦାସ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା । ପ୍ରଥମେ ଏମକେସିଜି ହସ୍ପିଟାଲରେ ପ୍ରଦୀପଙ୍କ ଚିକିତ୍ସା କରାଯିବା ପରେ ତାଙ୍କୁ ଭୁବନେଶ୍ବର ଏମ୍ସ କୁ ସ୍ଥାନାନ୍ତରିତ କରାଯାଇଛି । ପୋଲିସ ଘଟଣାର ତଦନ୍ତ କରି ଆଜି ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରି କୌର୍ଟ ଚାଲାଣ କରିଛି। ତାଙ୍କର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।