ଖୋର୍ଦ୍ଧା ଜିଲ୍ଲା ଆଇନସେବା ପ୍ରାଧିକରଣ, ଭୁବନେଶ୍ୱର ଏବଂ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନଙ୍କ ମିଳିତ ସହଯୋଗରେ ସ୍ଥାନୀୟ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଭିନ୍ନକ୍ଷମ ଆଇନସେବା ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ତଥା ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ବିଦ୍ୟୁତ ରଞ୍ଜନ ଶତପଥୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା। ଏହି ଅବସରରେ ୨୮ ଜଣଙ୍କୁ ମଧୁବାବୁ ପେନ୍‌ସନ୍‌ , ୨୧ ଜଣଙ୍କୁ ବିବାହ ସହାୟତା, ୧୦ଟି ହ୍ୱିଲ୍‌ଚେୟାର, ୫ଟି ଟ୍ରାଇ-ସାଇକେଲ, ଜଣଙ୍କୁ ଲାପ୍‌ଟପ୍‌, ଜଣଙ୍କୁ ବାଣୀଶ୍ରୀ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ହାଇକୋର୍ଟ ରେଜିଷ୍ଟ୍ରାର ପ୍ରତାପ ପାତ୍ର, ଆଇନ ସଚିବ ମାନସ ରଞ୍ଜନ ବାରିକ, ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ସଦସ୍ୟ ସଚିବ ସୁଦୀପ୍ତ ଆଚାର୍ଯ୍ୟ, ଉପସଚିବ ସ୍ମୃତି ରଞ୍ଜନ ମହାପାତ୍ର ଏବଂ ସହସଚିବ ସୃଜନ ସାରସ୍ୱତ, ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ ଓ ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ନିଶିଥ ନିଶାଙ୍କ, ଖୋର୍ଦ୍ଧା ଜିଲ୍ଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ, ଭୁବନେଶ୍ୱର ଡିସିପି ପ୍ରତୀକ୍‌ ସିଂ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି, ଭୁବନେଶ୍ୱର ବିଡିଓ ସାଗର ପାଳଙ୍କ ସମେତ ବହୁ ବିଚାର ବିଭାଗୀୟ ଅଧିକାରୀ, ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ପୁଲିସ ପ୍ରଶାସନ ଯୋଗଦେଇଥିଲେ। ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ୧୮ଟି ଷ୍ଟଲ ଖୋଲା ଯାଇଥିବାବେଳେ ଆଇନସେବା ପ୍ରାଧିକରଣଙ୍କ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇ ଜନସାଧାରଣଙ୍କୁ ବିଭିନ୍ନ ସରକାରୀ ସହାୟତାର ବିଧିବ୍ୟବସ୍ଥା ସଂପର୍କରେ ସୂଚନା ଦିଆଯାଇଥିଲା। ଶେଷରେ ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସୌଦାମିନି ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *