ବ୍ୟୁରୋ: ବରିଷ୍ଠ ନାଗରିକ ସେବା ସଂଘ ଓ ପ୍ରାଣନାଥ ପଟ୍ଟନାୟକ ଫାଉଣ୍ଡେସନ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ତଥା ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ, ଜଟଣୀ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ବରିଷ୍ଠ ନାଗରିକ ସେବା ସଂଘ ଓ ପ୍ରାଣନାଥ ପଟ୍ଟନାୟକ ଫାଉଣ୍ଡେସନର ଚେୟାରମ୍ୟାନ ବରିଷ୍ଠ ସାମ୍ବାଦିକ ତଥା ଆଇନଜୀବୀ ଅବନୀ କୁମାର ରାଉତରାୟଙ୍କ ପୌରହିତ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସଭ୍ୟ ମାନେ ପ୍ରଥମେ ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ସାଧାରଣ ସଂପାଦକ ଜବାହରଲାଲ ସୁବୁଦ୍ଧି ପ୍ରାରମ୍ଭିକ ସୁଚନା ଦେଇଥିବା ବେଳେ ବରିଷ୍ଠ ଶିକ୍ଷକ ନେତା ତ୍ରିନାଥ ସାମନ୍ତରାୟ, ରେଲୱେ ପେନସନର୍ସ ଆସୋସିଏସନ୍‌ର ସାଧାରଣ ସଂପାଦକ ବିଜୟରାମ ମହାନ୍ତି, ସାହିତ୍ୟିକ ସୁରେଶ ଚନ୍ଦ୍ର ରଥ, ଆଦି ନାରାୟଣ ଖଣ୍ଡୁଆଳ, ପୂର୍ବତନ ସରପଞ୍ଚ ଦିବାକର ମଙ୍ଗରାଜ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରଶନ୍ନ ମହାରଥୀ, ଜଟଣୀ ବିକାଶ ପରିଷଦର କାର୍ଯ୍ୟକାରୀ-ସଭାପତି ରାଜେନ୍ଦ୍ର ପଟ୍ଟନାୟକ, ଆଇନଜୀବୀ ଅମରେଶ ରାଉତରାୟ, ଆଶୁତୋଷ ରାୟ, ଇଞ୍ଜିନିୟର ଭକ୍ତବନ୍ଧୁ ଚୌଧୁରୀ, ରବିନ୍ଦ୍ର ପ୍ରସାଦ ମିଶ୍ର, ବାଉରୀବନ୍ଧୁ ଜେନା, ମହେନ୍ଦ୍ର କୁମାର ସାହୁ, ଯୁବ ସଂଗଠକ ସୁଶାନ୍ତ ରାଉତ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ବିଜୟ ଛୋଟରାୟ,ଅଧ୍ୟାପକ ବିଜୟ ପଣ୍ଡା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇ, ଆଜିର ଛାତ୍ର ଓ ଯୁବ ସମାଜ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ସଂଗ୍ରାମୀ ଜୀବନୀ ବିଷୟରେ ଅବଗତ ହେବା ପାଇଁ ଆହ୍ବାନ ଦେଇଥିଲେ । ଶେଷରେ ବିଜୟ କେତନ ଜେନା ଧନ୍ୟବାଦ ଦେଇଥିଲେ ।

Leave a Reply

Your email address will not be published. Required fields are marked *