ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରୁଛି ଭିଜିଲାନ୍ସ । ଏକ କାଳୀନ 8ଟି ସ୍ଥାନରେ ଚାଲିଛି ଚଢାଉ । ଖୋର୍ଦ୍ଧା, ଭୁବନେଶ୍ବର, ନୟାଗଡ଼ ଓ  ଆଠଗଡ଼ର 8 ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ ।

ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା, ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି। ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ହୋଇଛନ୍ତି। ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ଭିଜିଲାନ୍ସ ନିକଟରେ ହୋଇଥିଲା। ଭିଜିଲାନ୍ସ ଅଭିଯୋଗର ତଦନ୍ତ କରି ଆଜି ସକାଳୁ ୮ଟି ସ୍ଥାନରେ ଚଢ଼ାଉ କରିଛି।

Leave a Reply

Your email address will not be published. Required fields are marked *