Advertisement

ବ୍ୟୁରୋ : ପ୍ରାଣନାଥ ପଟ୍ଟନାୟକ ଫାଉଣ୍ଡେସନ ପକ୍ଷରୁ ଜଟଣୀ ଉତ୍କଳମଣୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପରିସରରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଅନୁଷ୍ଠାନର ସଭାପତି ନୋଟରୀ ପବ୍ଲିକ ଅବନୀ କୁମାର ରାଉତରାୟଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରେ ବହୁ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା। ଜଳବାୟୁ ପରିବର୍ତ୍ତନ ଓ ପରିବେଶ ସନ୍ତୁଳନ ରକ୍ଷା ନିମନ୍ତେ ସମସ୍ତେ ବୃକ୍ଷ ରୋପଣ କରିବା ନିହାତି ଆବଶ୍ୟକ ବୋଲି ଅନୁଷ୍ଠାନ ର କର୍ମକର୍ତ୍ତା ମାନେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ସମ୍ପାଦକ ଜବାହରଲାଲ ସୁବୁଦ୍ଧି, ତ୍ରିନାଥ ସାମନ୍ତରାୟ, କିଶୋର ପାଇକରାୟ, ସଞ୍ଜୀବ ସେଠ, ଟୁଲୁ ଦେଇଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

Advertisement

Leave a Reply

Your email address will not be published. Required fields are marked *