Advertisement

ଜଟଣୀ,୧୬/୫: ଜଟଣୀ ପୌର ପରିଷଦ ପକ୍ଷରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ପୌର କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଆନ୍ଧ୍ର ବ୍ୟାଙ୍କ ଏବଂ ଆନ୍ଧ୍ର ବ୍ୟାଙ୍କ ଠାରୁ ଖୁଦୁପୁର ଛକ ପର୍ଯ୍ୟନ୍ତ ପହଞ୍ଚିଥିଲା ।

ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜଟଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଜୟନ୍ତୀ ଛୋଟରାୟ, ଜଟଣୀ ପୌର ପରିଷଦ ଅଧ୍ୟକ୍ଷ ଅନନ୍ତ ବେହେରା, ଜଟଣୀ ତହସିଲଦାର  ପ୍ରୀତିପର୍ଣ୍ଣା ମିଶ୍ର, ଜଟଣୀ ମଣ୍ଡଳ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରଶ୍ମିତା ନାଥ, ଥାନାଅଧିକାରୀ ଷ୍ଟାଲିନ ବିଶ୍ୱାଳ, ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ, ବିଜେପି ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱରଞ୍ଜନ ବଡ଼ଜେନା, ଜଟଣୀ ପୌର ପରିଷଦର କାଉନସିଲର, ବିଭିନ୍ନ ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ସହ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ କାର୍ଯ୍ୟାଳୟର  କର୍ମଚାରୀ ଏବଂ ଶତାଧିକ ସାଧାରଣ ନାଗରିକ ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Advertisement

Leave a Reply

Your email address will not be published. Required fields are marked *