ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ହୋଇଛି ପରଲୋକ । ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ସେ ଗତ କିଛିଦିନ ହେବ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସା ସମୟରେ ତାଙ୍କର ପରଲୋକ ହୋଇଛି।

ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ସେ ୫ଥର ବିଧାୟକ ରହିଥିଲେ। ୨୦୦୨୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଓଡ଼ିଶାର ବାଚସ୍ପତି ରହିଥିଲେ। ସେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ। ମହେଶ୍ୱରଙ୍କ ବିୟୋଗ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, ରାଜ୍ୟର ସମସ୍ତ  ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟର ବିଭିନ୍ନ ରାଜନୈତିକ ଦଳର ନେତା ମହେଶ୍ବରଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

Leave a Reply

Your email address will not be published. Required fields are marked *