Advertisement

ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମଣ୍ଡଳ ସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି।ଜଟଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିବାଳା ପରିଡ଼ାଙ୍କ ପୌରୋହିତ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିତା ନାଥ ଅଧ୍ୟକ୍ଷତା  କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜଟଣୀ ନଗରପାଳ ଅନନ୍ତ ବେହେରା ଯୋଗଦେଇଥିଲେ। ସମ୍ମାନିତ ଅତିଥିଭାବେ ପୌର ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟଯୋଶୀ, ସହକାରୀ  ଗୋଷ୍ଠୀ ଶିକ୍ଷା ଅଧିକାରୀ ସବିତା ମହାପାତ୍ର, ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ପୂର୍ଣ୍ଣଚନ୍ଦ୍ର ବେହେରା, ଖୋର୍ଦ୍ଧା ଜିଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପ୍ରଶିକ୍ଷିକା ବୀଣାପାଣି ପାଢ଼ୀ ପ୍ରମୁଖ ଯୋଗଦେଇଥିଲେ। ନିପୁଣ ଓଡ଼ିଶା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ଅତିଥିମାନେ କହିଥିଲେ। ଶେଷରେ ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ପୂର୍ଣ୍ଣଚନ୍ଦ୍ର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।

Advertisement

Leave a Reply

Your email address will not be published. Required fields are marked *