Advertisement

ବ୍ୟୁରୋ,୧୬/୬:  ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି ହେବ । ବଡ଼ଓଡ଼ିଆ ମଠ ଏହି ତେଲକୁ ପ୍ରସ୍ତୁତ କରାଯାଇଛି। ଆଜି ଶୋଭାଯାତ୍ରା ସହକାରେ ଶ୍ରୀମନ୍ଦିରକୁ ଫୁଲୁରୀ ତେଲକୁ ନିଆଯିବାର ପରମ୍ପରା ରହିଅଛି। ବୈଦ୍ୟଙ୍କ ପରାମର୍ଶକ୍ରମେ ଅଣସର ପିଣ୍ଡିରେ ଶ୍ରୀଜୀଉଙ୍କୁ ଏହି ଫୁଲୁରୀ ତେଲର ଚିକିତ୍ସା ସେବା ହୋଇଥାଏ।

ବଡ଼ଓଡ଼ିଆ ମଠ ପକ୍ଷରୁ ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ  ଯୋଗା ଯାଇଥାଏ । ଫୁଲୁରୀ ତେଲ ସ୍ୱତନ୍ତ୍ର ପ୍ରଣାଳୀରେ ପ୍ରସ୍ତୁତ ହୋଇଥାଏ ହେରାପଞ୍ଚମୀ ତିଥିରେ ତିନୋଟି ତିନି ସେରିଆ ମାଟି ଘଡ଼ିରେ ଘଣା ପେଡ଼଼ା ରାଶି ତେଲ ସହିତ କୃଷ୍ଣଭୋଗ ଧାନ, ବେଣା ଚେର, ଚନ୍ଦନ କାଠ, କେତକୀ, ଚମ୍ପା, ବଉଳ, ମାଳତୀ, ମଲ୍ଲୀ, ଜୁଇ, ଜାଇ ଆଦି ଫୁଲ ସହିତ ଅନେକ ଦ୍ରବ୍ୟକୁ ମିଶାଇ ଏକ ବର୍ଷ ପର୍ଯ୍ୟନ୍ତ ମାଟି ତଳେ ପୋତା ହୋଇ ରଖାଯାଇଥାଏ ଯାହାକୁ ଫୁଲରୀ ତେଲ ବୋଲି କୁହାଯାଇଥାଏ।  ବର୍ଷକ ପରେ ଘୁମାରେ ଥିବା ତେଲକୁ ମାଟି ତଳୁ କଢ଼ା ଯାଇଥାଏ ଏବଂ ଏହି ଫୁଲରୀ ତେଲ ମାଲିସ ପରେ ଶ୍ରୀଜିଉ କିଛି ଅଂଶରେ ସୁସ୍ଥ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି ।

ଅଣବସର ପଞ୍ଚମୀ ଦିନ ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ମଠ ପକ୍ଷରୁ ପଠାଯାଇଥାଏ । ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଏହି ତେଲକୁ ଦଇତାପତି ସେବକ ମାନେ ଚତୁର୍ଦ୍ଦା ବିଗ୍ରହଙ୍କ  ଶ୍ରୀଅଙ୍ଗରେ ଲାଗି କରାଇଥାନ୍ତି ।

Advertisement

Leave a Reply

Your email address will not be published. Required fields are marked *