ବ୍ୟୁରୋ: ଆସନ୍ତା କାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ  ବନ୍ଦ ରହିବ । ୧୮ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଗ୍ରୀଷ୍ମପ୍ରବାହ ସହ ତାପମାତ୍ରା ବୃଦ୍ଧି କୁ ନେଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଭଳି ସ୍ଥିତି ଆସନ୍ତା ୩ ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିିଛି । ଅନେକ ଜିଲ୍ଲାରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିବା ସହ  ୪୫ ଡିଗ୍ରୀ ଛୁୁଇଁ ପାରେ ବୋଲି ଆକଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ସରକାର ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *