ବ୍ୟୁରୋ: ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ କରିବା ସହ ଯାଞ୍ଚ କାର୍ଯ୍ୟ କରିବ ଏକ ସ୍ୱତନ୍ତ୍ର ଟିମ୍ । ଅନୁଧ୍ୟାନ ଓ ଯାଞ୍ଚ ପାଇଁ ଏଏସଆଇ ପକ୍ଷରୁ ୧୪ ଜଣ ସଦସ୍ୟଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଏଏସଆଇ ଅଧିକାରୀ ଡିବି ଗଡନାୟକ। ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନ ଭଣ୍ଡାର ବାହାର ଓ ଭିତର ରେ ରହିଥିବା ସମସ୍ୟାକୁ ମରାମତି କରାଯିବା । ଏହା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ । ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଟିମ୍ ୮ ଦିନ ଭିତରେ ଏହି କାର୍ଯ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବେ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *